12 କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ। 13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ଭିତ ହେବାକୁ ଲାଗିଲା।
Publicidade