Pular para o conteúdo
Publicidade

କଲସୀୟ 1:15-20

ଖ୍ରୀଷ୍ଟଙ୍କର ଶ୍ରେଷ୍ଠତା

15 ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, 16 କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; 17 ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି। 18 ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି। 19 କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, 20 ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

Colossenses
Ver todos os capítulos de Colossenses