12 ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର। 13 ପରସ୍ପର ପ୍ରତି ସହନଶୀଳ ହୁଅ ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁ ଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର।
Publicidade