16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର। 17 ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ।
Publicidade