Publicidade

Cânticos 7

1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର।

ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ;

ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।

4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ;

ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ;

ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ,

ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ;

ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।

6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!

7 ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ

ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।

8 ମୁଁ କହିଲି, "ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି,

ମୁଁ ତହିଁର ବାହୁଙ୍ଗା ଧରିବି;"

ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ;

ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

9 ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ,

ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ,

ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।

10 ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।

କନ୍ୟାର ପ୍ରେମ ପ୍ରଦାନ

11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ;

ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।

12 ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ;

ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ

ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ;

ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

13 ଦୂଦାଫୁଲ ସୁବାସ ଦେଉଅଛି,

ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି,

ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

Veja também

Publicidade
Cânticos
Ver todos os capítulos de Cânticos
Bíblia Online Bíblia Online

Bíblia Online • Versão: 2026-06-15_21-32-39-