2 ତାହାର ଶାସନ କାଳର ପ୍ରଥମ ବର୍ଷରେ ମୁଁ, ଦାନିୟେଲ, ଶାସ୍ତ୍ର ଦ୍ୱାରା ବର୍ଷର ସଂଖ୍ୟା, ଅର୍ଥାତ୍, ଯିରୂଶାଲମର ଉଚ୍ଛିନ୍ନତାର ସମୟ ସତୁରି ବର୍ଷ ହେବା ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କର ନିକଟରେ ଉପସ୍ଥିତ ହୋଇଥିଲା, ତାହା ମୁଁ ବୁଝିଲି। 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Publicidade