24 ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି। 25 ଏଥିପାଇଁ ତୁମ୍ଭେ ଜ୍ଞାତ ହୁଅ ଓ ବୁଝ ଯେ, ଯିରୂଶାଲମକୁ ପୁନଃସ୍ଥାପନ ଓ ନିର୍ମାଣ କରିବାର ଆଜ୍ଞା ପ୍ରକାଶ ହେବା ସମୟଠାରୁ ଅଧିପତି, ଅଭିଷିକ୍ତ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସାତ ସପ୍ତାହ ହେବ; ପୁଣି, ସଙ୍କଟ କାଳରେ ହିଁ ତାହା ଛକ ଓ ପରିଖା ସହିତ ତିନି କୋଡ଼ି ଦୁଇ ସପ୍ତାହ ପୁନଃନିର୍ମିତ ହେବ। 26 ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଲାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି। 27 ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକଙ୍କ ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶ କର ଉପରେ କ୍ରୋଧ ଢଳାଯିବ।"
Publicidade