3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି। 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, "ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ। 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
ଗାବ୍ରିଏଲଙ୍କ ସମ୍ବାଦ
20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;