10 ତୁମ୍ଭେମାନେ ଯେଉଁ ମିସର ଦେଶରୁ ବାହାର ହୋଇ ଆସିଲ, ସେଠାରେ ବୀଜ ବୁଣି ଶାକ-ଉଦ୍ୟାନ ତୁଲ୍ୟ ପାଦ ଦ୍ୱାରା ଜଳ ସେଚନ କରୁଥିଲ; ମାତ୍ର ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ସେପରି ନୁହେଁ। 11 ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ, ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ; 12 ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି; ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।
Publicidade