ପ୍ରଥମ ଫଳ ଏବଂ ଦଶମାଂଶ
1 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ସେହି ଦେଶରେ ଉପସ୍ଥିତ ହୋଇ ତାହା ଅଧିକାର କରି ବାସ କଲେ; 2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ। 5 ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, "ଏକ ଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା। 10 ଏବେ, ହେ ସଦାପ୍ରଭୋ, ଦେଖ, ତୁମ୍ଭେ ଆମ୍ଭକୁ ଯେଉଁ ଭୂମି ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।" ଏଉତ୍ତାରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବ। 11 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁ ଯେଉଁ ମଙ୍ଗଳ କରିଅଛନ୍ତି, ସେହି ସବୁରେ ତୁମ୍ଭେ, ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ, ତୁମ୍ଭେ ସମସ୍ତେ ଆନନ୍ଦ କରିବ।