ଆଜ୍ଞାବହତାର ଆଶୀର୍ବାଦ
1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।