18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ। 19 କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋʼ ପ୍ରତି କର୍ଣ୍ଣପାତ କଲେ।
25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ। 26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, "ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।