Publicidade

Eclesiastes 1

ସମସ୍ତ ଅସାର

1 ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା।

2 ଉପଦେଶକ କହୁଅଛନ୍ତି,

"ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।"

3 ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ,

ତାହାର ସେହିସବୁରୁ କି ଲାଭ?

4 ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ;

କିନ୍ତୁ ପୃଥିବୀ ସଦାକାଳ ଥାଏ।

5 ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ,

ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।

6 ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ;

ଆପଣା ପଥରେ ସର୍ବଦା ଘୂରେ

ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।

7 ନଦୀସବୁ ସମୁଦ୍ରକୁ ବହିଯାଆନ୍ତି,

ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ;

ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।

8 ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରିପାରେ ନାହିଁ;

ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।

9 ଯାହା ହୋଇଅଛି, ତାହା ହିଁ ହେବ

ଓ ଯାହା କରାଯାଇଅଛି, ତାହା ହିଁ କରାଯିବ;

ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।

10 ଯାହା ବିଷୟରେ ମନୁଷ୍ୟମାନେ କହନ୍ତି,

ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି?

ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।

11 ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ;

କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ,

ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।

ଜ୍ଞାନର ଅସାରତା

12 ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି। 13 ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ। 14 ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।

15 ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି,

ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।

16 ମୁଁ ଆପଣା ହୃଦୟରେ ଭାବି କହିଲି, "ଦେଖ, ଯିରୂଶାଲମରେ ମୋʼ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।" 17 ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।

18 କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ;

ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

Veja também

Publicidade
Eclesiastes
Ver todos os capítulos de Eclesiastes
Bíblia Online Bíblia Online

Bíblia Online • Versão: 2026-06-15_21-32-39-