Pular para o conteúdo
Publicidade

ଉପଦେଶକ 5:10-15

10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।

11 ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?

12 ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।

13 ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; 14 ଆଉ, ଦୁର୍ଘଟଣା ଦ୍ୱାରା ସେହି ସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ। 15 ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.