9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ। 10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।