4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ; 5 ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;