ଖ୍ରୀଷ୍ଟଙ୍କଠାରେ ଏକ
11 ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର। 13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।