19 ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21 ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।