Pular para o conteúdo
Publicidade

ଏଫିସୀୟ 4:1-12

ଖ୍ରୀଷ୍ଟଙ୍କ ଶରୀର ମଧ୍ୟରେ ଏକତା

1 ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2 ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4 ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5 ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6 ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି। 7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। 8 ଏଥିନିମନ୍ତେ ଉକ୍ତ ଅଛି,

"ସେ ଊର୍ଦ୍ଧ୍ୱକୁ ଆରୋହଣ କରି,

ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ,

ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।"

9 (ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। 10 ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।) 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, 12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.