ନୂତନ ଜୀବନର ଆଚରଣ
17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ; 18 ସେମାନେ ଆପଣାମାନଙ୍କଠାରେ ଥିବା ମୂର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ବରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି; 19 ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି।