22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ, 23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ, 24 ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।
Publicidade
Publicidade