25 ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ। 26 କ୍ରୋଧ କର କିନ୍ତୁ ପାପ କର ନାହିଁ; ସୂର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ। 27 ଚୋର ଆଉ ଚୋରି ନ କରୁ, 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ। 29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।