Pular para o conteúdo
Publicidade

ଏଷ୍ଟର 4:11,14,16

11 "ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।" 14 ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?" 16 "ତୁମ୍ଭେ ଯାଇ ଶୂଶନ୍‍ରେ ଉପସ୍ଥିତ ସମସ୍ତ ଯିହୁଦୀୟ ଲୋକଙ୍କୁ ଏକତ୍ର କରି ମୋʼ ନିମନ୍ତେ ଉପବାସ କର, ପୁଣି ତିନି ଦିନ ଯାଏ ଦିନରେ କିଅବା ରାତ୍ରିରେ କିଛି ଭୋଜନ କର ନାହିଁ ଓ କିଛି ପାନ କର ନାହିଁ; ମଧ୍ୟ ମୁଁ ଓ ମୋହର ଦାସୀଗଣ ତଦ୍ରୂପ ଉପବାସ କରିବୁ; ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି; ତହିଁରେ ମୁଁ ବିନଷ୍ଟ ହେଲେ ବିନଷ୍ଟ ହେବି।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.