17 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, "ତୁମ୍ଭର ଏହି କର୍ମ ଭଲ ନୁହେଁ। 18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର। 19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ। 20 ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ। 21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର। 22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ। 23 ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।"
Publicidade
ଯାତ୍ରା ପୁସ୍ତକ 18
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.