12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। 13 ତୁମ୍ଭେ ନରହତ୍ୟା କରିବ ନାହିଁ। 14 ତୁମ୍ଭେ ବ୍ୟଭିଚାର କରିବ ନାହିଁ। 15 ତୁମ୍ଭେ ଚୋରି କରିବ ନାହିଁ। 16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ। 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Publicidade