3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ। 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ। 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା; 6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ। 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। 8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର। 9 ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ; 10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ। 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି। 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ। 13 ତୁମ୍ଭେ ନରହତ୍ୟା କରିବ ନାହିଁ। 14 ତୁମ୍ଭେ ବ୍ୟଭିଚାର କରିବ ନାହିଁ। 15 ତୁମ୍ଭେ ଚୋରି କରିବ ନାହିଁ। 16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ। 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Publicidade
ଯାତ୍ରା ପୁସ୍ତକ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.