Pular para o conteúdo
Publicidade

ଯାତ୍ରା ପୁସ୍ତକ 27:1-8

ପିତ୍ତଳର ବେଦି

1 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ। 2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ। 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ। 4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ। 5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ। 6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ। 7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ। 8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.