Pular para o conteúdo
Publicidade

ଯାତ୍ରା ପୁସ୍ତକ 27:9-18

ଆବାସର ପ୍ରାଙ୍ଗଣ

9 ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ। 10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ। 11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ। 12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ। 13 ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ। 14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ। 15 ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ। 16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ। 17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ। 18 ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.