13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, "ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?" 14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, "ଆମ୍ଭେ ଯେ ଅଛୁ, ସେ ଅଛୁ," ପୁଣି, ସେ କହିଲେ, "ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’"
Publicidade