ସୁଗନ୍ଧି ଧୂପର ବେଦି
1 "ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ। 6 ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ। 7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ। 8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ। 10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।"