ବତ୍ସଲେଲ ଓ ଅହଲୀୟାବର ଦାୟିତ୍ୱ
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, 2 "ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି 4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ 5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।