Pular para o conteúdo
Publicidade

ଯାତ୍ରା ପୁସ୍ତକ 31:1-6

ବତ୍ସଲେଲ ଓ ଅହଲୀୟାବର ଦାୟିତ୍ୱ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, 2 "ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ 3 ପୁଣି, ଶିଳ୍ପକର୍ମ, ଅର୍ଥାତ୍‍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି 4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ 5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ। 6 ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.