11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, "ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ? 12 ‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ। 13 ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’" 14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
Publicidade
ଯାତ୍ରା ପୁସ୍ତକ 32
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.