ସୁସମାଚାର କାର୍ଯ୍ୟର ବୃଦ୍ଧି
12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ; 13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରାସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା; 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।