9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
Publicidade