ଖ୍ରୀଷ୍ଟଙ୍କ ନମ୍ରତାର ଆଦର୍ଶ
1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, 2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,