5 ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6 ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା
ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7 କିନ୍ତୁ ମନୁଷ୍ୟ ସଦୃଶ ହୋଇ
ଦାସରୂପ ଧାରଣ କରି
ଆପଣାକୁ ଶୂନ୍ୟ କଲେ;
8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ,
ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ
ଆପଣାକୁ ଅବନତ କଲେ।