9 ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି,
ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା
ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
11 ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ
ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।