6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ। 7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ। 8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର। 9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼ ଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ବର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Publicidade