26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ; 27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ। 28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।