6 ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା। 7 ଅତଏବ ଯେଉଁମାନେ ବିଶ୍ୱାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ। 8 ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, "ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।" 9 ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
Publicidade