Pular para o conteúdo
Publicidade

ଗାଲାତୀୟ 4:21-26

ହାଗାର ଓ ସାରାଙ୍କ ଉଦାହରଣ

21 ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ? 22 କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। 23 ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। 24 ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। 25 ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି। 26 କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.