13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର। 14 କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।"