Pular para o conteúdo
Publicidade

ଗାଲାତୀୟ 5:17,19-23

17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ। 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା 20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, 21 ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। 22 କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23 ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.