Pular para o conteúdo
Publicidade

ଗାଲାତୀୟ 6:1-5

ପରସ୍ପରର ଭାର ବହନ କରିବା

1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ। 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। 4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; 5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.