ପରସ୍ପରର ଭାର ବହନ କରିବା
1 ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2 ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ। 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। 4 କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; 5 କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ। 6 କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ।