5 ଏଥିଉତ୍ତାରେ ମନୁଷ୍ୟ-ସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ। 6 ପୁଣି, ସଦାପ୍ରଭୁ କହିଲେ, "ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ। 7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।"
8 ଏହିରୂପେ ସଦାପ୍ରଭୁ ସେହି ସ୍ଥାନରୁ ସେମାନଙ୍କୁ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ କଲେ; ଏଣୁ ସେମାନେ ନଗର ନିର୍ମାଣ କରିବାରୁ ନିବୃତ୍ତ ହେଲେ। 9 ସେଥିପାଇଁ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେହି ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି, ସେହି ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।