Pular para o conteúdo
Publicidade

ଆଦି ପୁସ୍ତକ 18:23-26,32,33

23 ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, "ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? 24 ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?" 26 ତହିଁରେ ସଦାପ୍ରଭୁ କହିଲେ, "ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।"

32 ଅବ୍ରହାମ କହିଲେ, "ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।" ସଦାପ୍ରଭୁ କହିଲେ, "ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।" 33 ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.