3 ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ। 4 ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।