34 ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ। 35 ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, "ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।" ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।
Publicidade